
ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ଦେବଗଡ଼ର
ପୂର୍ବତନ ସାଂସଦ ନାରାୟଣ ସାହୁଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେବଗଡ଼ର ପୂର୍ବତନ ସାଂସଦ ତଥା ପାଲଲହଡ଼ାର ପୂର୍ବତନ
ବିଧାୟକ ଶ୍ରୀ ନାରାୟଣ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।
କେନ୍ଦ୍ରମନ୍ତ୍ରୀ କହିଛନ୍ତି
ଯେ, ଜଣେ ଜନପ୍ରିୟ ଜନପ୍ରତିନିଧି ଭାବେ ସମାଜସେବା ଓ ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ଚିର
ସ୍ମରଣୀୟ ହୋଇ ରହିବ । ତାଙ୍କର ବିୟୋଗ ଓଡ଼ିଶା ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି । ଅମର
ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛନ୍ତି ଧର୍ମେନ୍ଦ୍ର
ପ୍ରଧାନ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା