କୁଆପଥର ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ମାର୍ଚ୍ଚ (ହି.ସ.)- କୁଆପଥର ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଅଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ୬ ଦିନ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । କୁଆ
କୁଆପଥର ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ମାର୍ଚ୍ଚ (ହି.ସ.)- କୁଆପଥର ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଅଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ୬ ଦିନ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା( କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୩ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅତ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୨୩ ଜିଲ୍ଲା, ୩୧ ତାରିଖ ସକାଳ ଠାରୁ ଅପ୍ରେଲ ୧ ତାରିଖ ସକାଳ ସୁଦ୍ଧା ୨୫ ଜିଲ୍ଲା, ଅପ୍ରେଲ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା, ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା ଏବଂ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande