
ଭୁବନେଶ୍ୱର, ୨୮ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ଚକାପାଦରେ ସର୍ବାଧିକ ୩୪.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର ଟିକାବାଲିରେ ୩୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୩୦.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୨୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୨୩.୨ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୨୨.୬ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୨୨.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୨୧.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୨୧.୫ ମି.ମି., ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ୨୦.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୨୦.୦ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୧୯.୧ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୧୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ