
ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ଜନଜାତି ଜନନାୟକ
ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ତାଙ୍କ ତ୍ୟାଗ, ବଳିଦାନ ଓ ଦେଶପ୍ରେମ ପାଇଁ ସେ ଆମ ମନରେ ସର୍ବଦା ଅମର ହୋଇ
ରହିଥିବେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା