ମନମୋହନ , ସୁଜିତ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ମୋହନ ମାଝୀ
ଭୁବନେଶ୍ୱର , ୦୩ ମାର୍ଚ୍ଚ (ହି,ସ,) - ବିଜେପି ପକ୍ଷରୁ ରାଜ୍ୟସଭା ନିର୍ବାଚନ ପାଇଁ ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ
CM


ଭୁବନେଶ୍ୱର , ୦୩ ମାର୍ଚ୍ଚ (ହି,ସ,) - ବିଜେପି ପକ୍ଷରୁ ରାଜ୍ୟସଭା ନିର୍ବାଚନ ପାଇଁ ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ବିଭିନ୍ନ ରାଜ୍ୟରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆମ ଦଳର ଯୋଗ୍ୟ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରାଯାଇଛି।

ଓଡ଼ିଶାରୁ ଭାରତୀୟ ଜନତା ପାର୍ଟିର ରାଜ୍ୟସଭା ପ୍ରାର୍ଥୀ ଭାବେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଦଳର ବରିଷ୍ଠ ନେତା ସୁଜିତ କୁମାରଙ୍କ ନାମ ଘୋଷଣା ହୋଇଥିବାରୁ ସେମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭକାମନା। ଆପଣଙ୍କର ସଫଳତା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande