




ସୁବର୍ଣ୍ଣପୁର,୩୦ ମାର୍ଚ୍ଚ(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ବିରହାହାରଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀର ମହାରାଜପୁର ପଂଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପାର୍ଶ୍ୱ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି କ୍ଷ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୪୮( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬(ଛତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୨(ବାଆର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀର ମହାରାଜପୁର, ରାଜୀବ କୁମାର ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଂଚାୟତ ସମିତି, ନାରାୟଣ ଲୁହା, ତହସିଲଦାର, ବୀର ମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଂଚ, ଉଫୁଲା, ଶ୍ରୀମତି ଶ୍ରୀୟା କର୍ମୀ ଓ ସରପଂଚ, ବାଗବାର ଗ୍ରାମ ପଂଚାୟତ, ଶ୍ରୀମତି ନିରୁପମା ବଗର୍ତି ତଥା ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଂଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ