ସିନାପାଲି ବ୍ଲକ୍ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ନୂଆପଡ଼ା,୩୦ ମାର୍ଚ୍ଚ(ହି.ସ.) – ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବନଖଣ୍ଡ ଅଧିକାରୀ(ପ୍ରାନ୍ତୀୟ) ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋ
Collector grievance sinapali


ନୂଆପଡ଼ା,୩୦ ମାର୍ଚ୍ଚ(ହି.ସ.) – ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବନଖଣ୍ଡ ଅଧିକାରୀ(ପ୍ରାନ୍ତୀୟ) ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦ୍ୱାରିକା ନାଥ ଶତପଥୀ, ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବ୍ଲକ୍ ଉପାଧ୍ୟକ୍ଷା ମୀନା ଘିବେଲା, ବିଡ଼ିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ, ଏସ୍ଡିପିଓ ଉପେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡ଼ାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ। ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଂଚାୟତ ତଥା ଗ୍ରାମଗୁଡ଼ିକରୁ ୭୬ଟି ବ୍ୟକ୍ତିଗତ ଓ ୧୪ଟି ସାମୂହିକ ମୋଟ ୯୦ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା। ଶିବିରରେ ଅନୁ ଛତିଆ ଓ ଆନନ୍ଦ ହରିଜନଙ୍କୁ ରେଡ଼୍କ୍ରସ୍ ପାଣ୍ଠିରୁ ପାଂଚ ହଜାର ଟଙ୍କା ଲେଖାଏ ତତ୍କାଳୀନ ସହାୟତା ଯୋଗାଇ ଦିଆଯାଇ ଥିଲା। ସେହିପରି ସେବତୀ ସହଣ୍ଡଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଦଶ ହଜାର ଟଙ୍କା ଓ ଇନ୍ଦ୍ରମଣି ହଂସକୁ ପାଂଚ ହଜାର ଟଙ୍କା ଚେକ୍ ପ୍ରଦାନ କରାଯାଇଥିଲା। ଶୁଣାଣୀ ଶିବିର ଉପଲକ୍ଷେ କରଣଭାହାଲି ପଂଚାୟତରେ ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ଓ ପ୍ରବାସୀ ଶ୍ରମିକ ନିରାକରଣ ନିମିତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା। ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ପାଇଁ ଏକ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା। ଆଜି ଶିବିରରେ ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ, ବ୍ଲକ୍ସ୍ତରୀୟ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande