
ଭବାନୀପାଟଣା : ୩୦ମାର୍ଚ୍ଚ (ହି.ସ) - ଆଜି କେସିଙ୍ଗା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବାରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଂଚଳରୁ ଆସିଥିବା ୨୨ ଗୋଟି ଆପତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୩ ଗୋଟି ଓ ସାମୂହିକ ୦୯ ଗୋଟି ରହିଥିବା ବେଳେ ୦୬ ଗୋଟି ଆପତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଭତା, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ସମାଜ କଲ୍ୟାଣ, ଗ୍ରାମ୍ୟ ଉନ୍ନୟନ,ପୂର୍ତ ବିଭାଗ, ବିଦ୍ୟୁତ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ସ୍ଥାନୀୟ ବ୍ଲକ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ