ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମାର୍ଚ୍ଚ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨୪ ଘଂଟା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର
୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମାର୍ଚ୍ଚ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨୪ ଘଂଟା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ୩ ଦିନ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଅପ୍ରେଲ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା ଏବଂ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande