
ଭୁବନେଶ୍ୱର, ୩୧ ମାର୍ଚ୍ଚ (ହି.ସ.)- ସମ୍ବଲପୁର ଜିଲ୍ଲା ବାମରା ତହସିଲର ସୁଶୀଲ ନାଏକ (ପିତା – ନବକିଶୋର ନାଏକ) ଏବଂ ଭିକାରି ଚରଣ ବେହେରା (ପିତା – ଗୋବର୍ଦ୍ଧନ ବେହେରା)ଙ୍କର ଦୁଃଖଦ ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା