ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୧ ମାର୍ଚ୍ଚ (ହି.ସ.)- କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୪ ଦିନ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । କୁଆପଥରଝଡ଼
କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୧ ମାର୍ଚ୍ଚ (ହି.ସ.)- କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୪ ଦିନ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୧ ଜିଲ୍ଲା(ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଅପ୍ରେଲ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ଅପ୍ରେଲ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା, ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା ଏବଂ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande