ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩୧ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୩୪.୦ ମି.ମି., କଳାହାଣ୍ଡି ଜିଲ୍ଲାର କ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩୧ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୩୪.୦ ମି.ମି., କଳାହାଣ୍ଡି ଜିଲ୍ଲାର କଲମପୁରରେ ୨୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୨୮.୦ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୨୪.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୨୩.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୨୨.୦ ମି.ମି., ଶୁକୃଳିରେ ୨୦.୦ ମି.ମି., ବାଙ୍ଗିରିପୋଷିରେ ୧୮.୨ ମି.ମି., ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୧୬.୫ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୧୬.୪ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୧୫.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୧୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande