
ନୂଆଦିଲ୍ଲୀ, ୩୧ ମାର୍ଚ୍ଚ (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ନାଳନ୍ଦା ଜିଲ୍ଲାରେ ଘଟିଥିବା ଦୁଃଖଦ ଦୁର୍ଘଟଣା ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦିଆଯିବ, ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ସରକାରୀ ଏକ୍ସ ହ୍ୟାଣ୍ଡେଲରେ ପ୍ରକାଶିତ ଏକ ବାର୍ତାରେ ପ୍ରଧାନମନ୍ତ୍ରୀ ନାଳନ୍ଦା ଘଟଣାକୁ ଅତ୍ୟନ୍ତ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ସେ କହିଛନ୍ତି ଯେ, ଏହି କଷ୍ଟକର ସମୟରେ ପୀଡିତଙ୍କ ପରିବାର ସହିତ ତାଙ୍କର ସମବେଦନା ରହିଛି । ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ