ମାଲକାନଗିରି ଜିଲ୍ଲାପାଳଙ୍କ ପିଏ ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
ମାଲକାନଗିରି,୩୧ ମାର୍ଚ୍ଚ (ହି.ସ.) - ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ଅବସର ଗ୍ରହଣ ଅବସରରେ ଆଜି ଏକ ଭବ୍ୟ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫ.ଏଲ.ସି ହଲ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍
ମାଲକାନଗିରି ଜିଲ୍ଲାପାଳଙ୍କ ପିଏ ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା


ମାଲକାନଗିରି,୩୧ ମାର୍ଚ୍ଚ (ହି.ସ.) - ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ଅବସର ଗ୍ରହଣ ଅବସରରେ ଆଜି ଏକ ଭବ୍ୟ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫ.ଏଲ.ସି ହଲ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ।ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ ଉପସ୍ଥିତ ରହି ଶ୍ରୀ ସ୍ୱାଇଁଙ୍କ ଦୀର୍ଘ ଦିନର ନିଷ୍ଠାପର ସେବା ଓ କାର୍ଯ୍ୟଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ। ଏଥିସହ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଲିଙ୍ଗରାଜ ବେହେରା, ସମସ୍ତ ଡେପୁଟି କଲେକ୍ଟର, ଆସିଷ୍ଟାଂଟ କଲେକ୍ଟର ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶ୍ରୀ ସ୍ୱାଇଁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ନିରାମୟ ଅବସର ଜୀବନ କାମନା କରିଥିଲେ। ବରିଷ୍ଠ ରାଜସ୍ୱ ସହାୟକ କୁନା ନାୟକ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ସୁଚାରୁରୂପେ ଆୟୋଜନ କରିବାରେ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ସହକର୍ମୀମାନେ ଶ୍ରୀ ସ୍ୱାଇଁଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande