ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୫ ମାର୍ଚ୍ଚ (ହି.ସ)- ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ପି.ରାଜା ରାଓ (ପିତା - ପି. ସୋମେୟା) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ
cm


ଭୁବନେଶ୍ୱର, ୦୫ ମାର୍ଚ୍ଚ (ହି.ସ)- ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ପି.ରାଜା ରାଓ (ପିତା - ପି. ସୋମେୟା) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande