
ଭୁବନେଶ୍ୱର, ୫ ମାର୍ଚ୍ଚ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ