
ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଶୁକ୍ରବାର ସକାଳେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଘନ କୁହୁଡ଼ି ଏବଂ ଗୋଟିଏ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ଚାନ୍ଦବାଲିରେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୦ ରୁ ୫୦ ମିଟର ମଧ୍ୟରେ ରହିଛି ।
ସେହିପରି ଭୁବନେଶ୍ୱରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ