

ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୭ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି ।
ଗରମ ଓ ଗୁଳୁଗୁଳି ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ