୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା (ତିନି ଦିନ) ଝଡ଼, ବଜ୍ରପାତ ଏବଂ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ
୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା (ତିନି ଦିନ) ଝଡ଼, ବଜ୍ରପାତ ଏବଂ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande