ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର, ୦୬ ମାର୍ଚ୍ଚ (ହି.ସ)- ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଶାର ସମସ୍ତଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ନବୀନ ଲେଖିଛନ୍ତି ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଶାର ସମସ୍ତଙ୍କୁ ଆନ୍ତରିକ ଶ
Naveen Patnaik (File Photo)


ଭୁବନେଶ୍ୱର, ୦୬ ମାର୍ଚ୍ଚ (ହି.ସ)- ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଶାର ସମସ୍ତଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ନବୀନ ଲେଖିଛନ୍ତି ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଶାର ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି। ସେବାକୁ ବ୍ରତ ଭାବେ ଗ୍ରହଣ କରି ସମାଜର ଶେଷସ୍ତରରେ ଥିବା ଲୋକଙ୍କ ଜୀବନରେ ଉନ୍ନତି ଆଣିବା ସଭିଙ୍କ ଲକ୍ଷ୍ୟ ହେଉ। ପ୍ରତିଟି ପଦକ୍ଷେପରେ ନିଷ୍ଠା ଏବଂ ସମର୍ପଣ ରହୁ। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande