
ପୁରୀ/ପିପିଲି, ୬ ମାର୍ଚ୍ଚ (ହି.ସ.)- ଭୁବନେଶ୍ୱର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥର ପିପିଲି ବାଇପାସ ନିକଟ ଦାଣ୍ଡମୁକୁନ୍ଦପୁରରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।
ସୂଚନା ଅନୁସାରେ, ଏକ ବାଇକ୍ ରେ ୩ ଜଣ ଯୁବକ ଯାଉଥିବା ବେଳେ ଏକ ହାଇୱା ସେମାନଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଫଳରେ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଅନ୍ୟ ଜଣେ ଗୁରୁତରଙ୍କୁ ପିପିଲି ପୁଲିସ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ପିପିଲି ମେଡିକାଲ ଓ ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ