
ଭୁବନେଶ୍ୱର, 06 ମାର୍ଚ୍ଚ (ହି.ସ.)- ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ର ଗୃହ
ମନ୍ତ୍ରୀ ଅମିତ ଶାହଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ତାଙ୍କର ଏହି ଗସ୍ତ ସମୟରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ
ଯୋଗଦେବା ସହ ପ୍ରାୟ ୩,୩୦୦ କୋଟି ମୂଲ୍ୟର ଅନେକ ଲୋକାଭିମୁଖୀ ପ୍ରକଳ୍ପର ଶିଳାନ୍ୟାସ
ଓ ଉଦ୍ଘାଟନ କରିବେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଥିବା ସୁସମନ୍ୱୟ ଓ ସହଭାଗିତା
ମାଧ୍ୟମରେ ଓଡ଼ିଶାର ବିକାଶ ଯାତ୍ରା ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା