


ଭୁବନେଶ୍ୱର, ୭ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, କନ୍ଧମାଳ, ଗଞ୍ଜାମ, ଗଜପତି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ