ଏକ କୋଟି ୨ ଲକ୍ଷ ମହିଳା ପାଇବେ ସୁଭଦ୍ରା ଟଙ୍କା
ଭୁବନେଶ୍ୱର, ୦୭ ମାର୍ଚ୍ଚ (ହି.ସ)- ଆସନ୍ତାକାଲି ମହିଳା ଦିବସ ଅବସରରେ ମିଳିବ ସୁଭଦ୍ରା ଟଙ୍କା । ଏକ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିବା ବେଳେ ଏକ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ପାଇବେ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ସୂଚନା ଦେ
pravatti parida


ଭୁବନେଶ୍ୱର, ୦୭ ମାର୍ଚ୍ଚ (ହି.ସ)- ଆସନ୍ତାକାଲି ମହିଳା ଦିବସ ଅବସରରେ ମିଳିବ ସୁଭଦ୍ରା ଟଙ୍କା । ଏକ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିବା ବେଳେ ଏକ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ପାଇବେ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଂଟକୁ ୫ ହଜାର କୋଟି ରୁ ଅଧିକ ଟଙ୍କା ଯିବ । ଏହି ଅବସରରେ ପୁରୀର ତାଳବଣିଆ ଠାରେ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ସୁଭଦ୍ରା ଟଙ୍କା ମିଳିବ । ଏଥର ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା। ଏପ୍ରିଲ ମାସରେ ଯାହାକୁ ୨୧ ହେବ ସେମାନେ ଆବେଦନ କରିବେ। ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ୱତୀୟ କିସ୍ତି ହେବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande