ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ୟ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ
କେନ୍ଦ୍ରାପଡ଼ା,୦୭ ମାର୍ଚ୍ଚ(ହି.ସ.) – କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି। ଚଢାଉବେଳେ ଭିଜିଲାନ୍ସ ବହୁ
--------------- ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ୟ୍ୟାଳୟରେ ଭିଜିଲାନ୍ସ ଚଢାଉ


କେନ୍ଦ୍ରାପଡ଼ା,୦୭ ମାର୍ଚ୍ଚ(ହି.ସ.) – କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି। ଚଢାଉବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି। ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଥିବା ଜଣାପଡ଼ିଛ। ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡ଼ା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ୟ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟରେ ଏସ୍ଡିଓ ଭାବେ ଅବସ୍ଥାପିତ।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande