ଜନଗଣନା-୨୦୨୭ ଓ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ
ମାଲକାନଗିରି, ୧ ଏପ୍ରିଲ୍ (ହି.ସ.) ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଏବଂ ଜନଗଣନା-୨୦୨୭ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଏ
District Collector's Review Meeting for Census-2027 and Special Intensive Correction Programme


ମାଲକାନଗିରି, ୧ ଏପ୍ରିଲ୍ (ହି.ସ.) ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଆରମ୍ଭ ହେବାକୁ ଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ଏବଂ ଜନଗଣନା-୨୦୨୭ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।ଏହି ଅବସରରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ମାଲକାନଗିରି ପୌରପାଳିକାର ନିର୍ବାହୀ ଅଧିକାରୀ ଏବଂ ବାଲିମେଳା ଏନ.ଏ.ସି.ର ନିର୍ବାହୀ ଅଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ କିପରି ସୁଚାରୁ ରୂପେ ପରିଚାଳନା କରାଯାଇ ସଫଳ କରାଯାଇପାରିବ, ସେ ନେଇ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ କଠୋର ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷ କରି ଜନଗଣନା କାର୍ଯ୍ୟରେ କୌଣସି ତ୍ରୁଟି ନରଖିବା ଏବଂ ସଠିକ୍ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି। ଏହି ଆଭାସି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜର ମତାମତ ରଖିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande