ମାଲକାନଗିରି ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ,ଶ୍ରେଷ୍ଠ ଆଶା କର୍ମୀ ଓ ସମିତି ପୁରସ୍କୃତ
ମାଲକାନଗିରି , ୧ ଏପ୍ରିଲ୍ (ହି.ସ.) ସ୍ଥାନୀୟ ସଂସ୍କୃତି ଭବନଠାରେ ୨୦୨୫-୨୬ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି , ଜନ ଆରୋଗ୍ୟ ସମିତି ଏବଂ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁଙ୍କ ଅଧ୍ୟକ୍ଷତାରେ ଆୟୋଜି
ମାଲକାନଗିରି ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ,ଶ୍ରେଷ୍ଠ ଆଶା କର୍ମୀ ଓ ସମିତି ପୁରସ୍କୃତ


ମାଲକାନଗିରି , ୧ ଏପ୍ରିଲ୍ (ହି.ସ.)

ସ୍ଥାନୀୟ ସଂସ୍କୃତି ଭବନଠାରେ ୨୦୨୫-୨୬ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି , ଜନ ଆରୋଗ୍ୟ ସମିତି ଏବଂ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ବର୍ଗରେ ପୁରସ୍କାର ବିତରଣ କରାଯାଇଛି। ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରାଧନ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ଦଶରଥୀ ସରାବୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଡୋଳାମଣି ପ୍ରଧାନଙ୍କ ସମେତ ବହୁ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ଉପସ୍ଥିତ ରହିଥିଲେ। ସଂକ୍ରାମକ ରୋଗ ବିଶେଷଜ୍ଞ ଡାକ୍ତର ଦୂର୍ଗା ପ୍ରସାଦ ରାଜ ଏହି ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ସ୍ୱାସ୍ଥ୍ୟ ସେବାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା କର୍ମୀ ଓ ସଂଗଠନକୁ ଏଠାରେ ସମ୍ମାନିତ କରାଯାଇଥିଲା । କୋରୁକୋଣ୍ଡା ବ୍ଲକର ପୁଷ୍ପଲତା କବାସୀ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ୧୦,୦୦୦ ଟଙ୍କା ପୁରସ୍କାର ପାଇଥିବା ବେଳେ, ମାଲକାନଗିରିର କବିତା ପାକୁଲୁ ଦ୍ୱିତୀୟ ଏବଂ ବସନ୍ତ ମଞ୍ଜରି ଭଞ୍ଜ ଓ ଗୁରୁବାରି ସରାବୁ ଯୁଗ୍ମ ଭାବେ ତୃତୀୟ ସ୍ଥାନ ପାଇଛନ୍ତି।କୋରୁକୋଣ୍ଡା, ଖଇରପୁଟ, କାଲିମେଳା, ପଡ଼ିଆ, ମାଲକାନଗିରି ଏବଂ ମାଥିଲି ବ୍ଲକର ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ୧୩,୦୦୦ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଛି।

ବିଭିନ୍ନ ବ୍ଲକର ୭ଟି ଶ୍ରେଷ୍ଠ ସମିତିକୁ ୧୦,୦୦୦ ଟଙ୍କା ଲେଖାଏଁ ପୁରସ୍କାର ମିଳିଛି।ଏହି କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଆଶା କର୍ମୀ ଚନ୍ଦ୍ରିକା ଛତ୍ରିଆଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଛି। ଉପସ୍ଥିତ ଅତିଥିମାନେ ସେମାନଙ୍କ ଅଭିଭାଷଣରେ ଗ୍ରାମାଞ୍ଚଳରେ ଶିଶୁ ଓ ମାତୃ ମୃତ୍ୟୁ ହାର ହ୍ରାସ କରିବା ଏବଂ ସରକାରୀ ସ୍ୱାସ୍ଥ୍ୟ ଯୋଜନାକୁ ଘରେ ଘରେ ପହଞ୍ଚାଇବାରେ ଏହି ସ୍ୱାସ୍ଥ୍ୟ ଯୋଦ୍ଧାମାନଙ୍କ ଭୂମିକାକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ସମ୍ମିଳନୀ ସେମାନଙ୍କ ମନୋବଳ ବୃଦ୍ଧି କରିବାରେ ସହାୟକ ହେବ ବୋଲି ଆଶା କରାଯାଇଛି

---------------

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande