ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତିରେ, ଫୁଲବାଣୀରେ ଜିଲ୍ଲାସ୍ତରୀୟ ୯୧ତମ ଓଡ଼ିଶା ଦିବସ ୨୦୨୬ ଅତ୍ୟନ୍ତ ଗୌରବ ଓ ଉତ୍ସାହର ସହ ପାଳିତ
Odisha diwadh Observation news from e
ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତିରେ, ଫୁଲବାଣୀରେ ଜିଲ୍ଲାସ୍ତରୀୟ ୯୧ତମ ଓଡ଼ିଶା ଦିବସ ୨୦୨୬ ଅତ୍ୟନ୍ତ ଗୌରବ ଓ ଉତ୍ସାହର ସହ ପାଳିତ


କନ୍ଧମାଳ, ୦୧ ଏପ୍ରିଲ୍(ହି.ସ.) – ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତିରେ ଆଜି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ୯୧ତମ ଓଡ଼ିଶା ଦିବସ ୨୦୨୬ ଅତ୍ୟନ୍ତ ଗୌରବ ଓ ଉତ୍ସାହର ସହ ପାଳିତ କରାଯାଇଛି। ଏହି ଅବସରରେ ସକାଳ ସମୟରେ ଜିଲ୍ଲାପାଳ ମହୋଦୟ, ବରିଷ୍ଠ ଅଧିକାରୀ ଓ ଜିଲ୍ଲାର ବିଶିଷ୍ଟ ବ୍ୟକ୍ତିବିଶେଷ ଆଦି ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସନ୍ଧ୍ୟା ସମୟରେ ଫୁଲବାଣୀସ୍ଥିତ ଜିଲ୍ଲା ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ଏକ ସଭା ଆୟୋଜନ କରାଯାଇଥିଲା ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ଶ୍ରୀ ବେଦଭୂଷଣ ଏବଂ ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ହରିଶ୍ ବି.ସି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ସହରାଂଚଳ ଉନ୍ନୟନ ସଂସ୍ଥା ଶ୍ରୀ ପ୍ରବୀଣ କୁମାର ବାଣୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜେନ୍ଦ୍ର ପ୍ରସାଦ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଜେଶ କୁମାର ସ୍ୱାଇଁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଜିଲ୍ଲାପାଳ ମହୋଦୟ ତାଙ୍କ ଭାଷଣରେ କହିଥିଲେ ଯେ ଓଡ଼ିଶାର କଳା, ସଂସ୍କୃତି ଓ ଅସ୍ମିତାକୁ ବଜାୟ ରଖିବା ସହ କନ୍ଧମାଳ ଭଳି ଏକ ଆଦିବାସୀ ବହୁଳ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କୁ ମିଳିତ ଭାବେ କାର୍ଯ୍ୟ କରିବାକୁ ହେବ। ଜିଲ୍ଲାରେ ହେବାକୁ ଥିବା ଜନଗଣନାରେ ନିର୍ଭୁଲ ତଥ୍ୟ ଦେବାକୁ ଜିଲ୍ଲାର ସମସ୍ତ ନାଗରିକଙ୍କୁ ଅନୁରୋଧ କରିଥିଲେ। ସମ୍ମାନିତ ଅତିଥିମାନେ ନିଜ ଭାଷଣରେ ଓଡ଼ିଶାର ସମୃଦ୍ଧ ଇତିହାସ ଏବଂ କନ୍ଧମାଳର ସ୍ୱତନ୍ତ୍ର ପରିଚୟ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଫୁଲବାଣୀ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅତିନିଏଲ ନାଇକା, ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ, ବୁଦ୍ଧିଜୀବୀ, ସାମ୍ବାଦିକ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମକର୍ଲାମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶ ଭକ୍ତିପୂର୍ଣ୍ଣ ସଂଗୀତ ଏବଂ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ସଭା ଶେଷରେ ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗଦାଧର ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande