କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ
ଜୟପୁର, ୦୧ ଏପ୍ରିଲ୍(ହି.ସ.) – କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ୱାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। କୋରାପୁଟ ଜିଲ୍ଲ
କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ଓଡିଶା ଦିବସ ମହାସମାରୋହରେ ପାଳିତ


ଜୟପୁର, ୦୧ ଏପ୍ରିଲ୍(ହି.ସ.) – କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ୱାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

କୋରାପୁଟ ଅଗ୍ନିଶମ କାର୍ଯ୍ୟାଳୟ ନିକଟରେ ସ୍ଥାପିତ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତିରେ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହାପରେ ନୃତ୍ୟର ତାଳେ ତାଳେ ଜିଲ୍ଲାପାଳଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଏବଂ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଂଚିଥିଲେ। ସେଠାରେ ସ୍ଥାପିତ ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର, କୋରାପୁଟ ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, କୋରାପୁଟ ବିଡିଓ ଦେବାଶିଷ ଗୌଡ଼, କୋରାପୁଟ ବନଖଣ୍ଡ ଅଧିକାରୀ କେ.ଭି. ଭାସ୍କର ରାଓଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ। ଏପ୍ରିଲ ମାସ ଏକ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନରେ ସମସ୍ତ ଜନସାଧାରଣ ଅଂଶଗ୍ରହଣ କରିବାକୁ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ନିବେଦନ କରିଛନ୍ତି। ଏହି ସମସ୍ତ କାର୍ଯ୍ୟକ୍ରମକୁ କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ରାଧାରାଣୀ ସରକାର ଯୋଗଦେଇ ପରିଚାଳନା କରିଥିଲେ।

ସ୍ଥାନୀୟ ସଂସ୍କୃତି ଭବନ ଠାରେ ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସୌରଞ୍ଜିତା ମାଝୀ, କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଧାରାଣୀ ସରକାର, ସହକାରୀ ଜିଲ୍ଲାପାଳ ପି. ପ୍ରିୟଦର୍ଶିନୀ ଏବଂ ମିଶନଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ଆଲୋକପାତ କରିବା ସହ ରାଜ୍ୟକୁ ବିକାଶ ରାସ୍ତାରେ ଆଗେଇ ନେବା ପାଇଁ ସାମୂହିକ ଉଦ୍ୟମ ଆବଶ୍ୟକ ବୋଲି ଅତିଥିମାନେ ମତ ରଖିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande