‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା ଓଡ଼ିଆ ଭାଇ ଭଉଣୀମାନଙ୍କୁ ‘ଓ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ‘ଓଡ଼ିଶା

ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା

ଓଡ଼ିଆ ଭାଇ ଭଉଣୀମାନଙ୍କୁ ‘ଓଡ଼ିଶା ଦିବସ’ର ହାର୍ଦ୍ଦିକ ଶୁଭେଚ୍ଛା ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ୧୯୩୬ ମସିହା ଆଜିର ଦିନରେ ଭାଷା ଭିତ୍ତିରେ ଆମ ରାଜ୍ୟ ଓଡ଼ିଶା ପ୍ରଥମ ସ୍ୱତନ୍ତ୍ର ପ୍ରଦେଶର

ମାନ୍ୟତା ପ୍ରାପ୍ତ ହେବାର ଗୌରବ ଲାଭ କରିଥିଲା । ଆଜିର ପବିତ୍ର ଦିନରେ ଓଡ଼ିଆ ଅସ୍ମିତା ଓ

ସ୍ୱାଭିମାନର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ସେହି ବରେଣ୍ୟ ସନ୍ତାନମାନଙ୍କୁ ମୋର ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି । ଆସନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ଆଶୀର୍ବାଦରେ ଆମେ ଆମର ଗୌରବମୟ କଳା, ସଂସ୍କୃତି ଓ ଐତିହ୍ୟକୁ

ବିଶ୍ୱ ଦରବାରରେ ଆହୁରି ସମୃଦ୍ଧ କରିବା ପାଇଁ ସଂକଳ୍ପବଦ୍ଧ ହେବା । ବନ୍ଦେ ଉତ୍କଳ ଜନନୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande