
ନୂଆଦିଲ୍ଲୀ, 01 ଏପ୍ରିଲ୍ (ହି.ସ.)- ଉତ୍କଳ ଦିବସର
ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା
ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ
ସଗୌରବେ ଦଣ୍ଡାୟମାନ ରହିଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର
ଦୃଢ଼ସଂକଳ୍ପ, ସରଳତା
ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ
ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା