ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ, 01 ଏପ୍ରିଲ୍ (ହି.ସ.)- ଆଜି ହେଉଛି ଓଡ଼ିଶା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ, ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ
ରାଷ୍ଟ୍ରପତି


ନୂଆଦିଲ୍ଲୀ, 01 ଏପ୍ରିଲ୍ (ହି.ସ.)- ଆଜି ହେଉଛି

ଓଡ଼ିଶା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ

ମୁର୍ମୁ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ, ଓଡ଼ିଶା ଦିବସ ଉପଲକ୍ଷେ

ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ

ଐତିହ୍ୟ,

ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର

ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର

ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ବିକଶିତ ଭାରତ ନିର୍ମାଣରେ

କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ

ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ

ପ୍ରାର୍ଥନା କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande