ଓଡ଼ିଆ ପକ୍ଷ ଅବସରରେ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ
କନ୍ଧମାଳ, ୧୦ ଏପ୍ରିଲ୍ (ହି.ସ.)- କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ‘ଓଡ଼ିଆ ପକ୍ଷ ୨୦୨୬’ ଅବସରରେ ସ୍ଥାନୀୟ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଅତ୍ୟନ୍ତ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର
ଓଡ଼ିଆ ପକ୍ଷ ଅବସରରେ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ


କନ୍ଧମାଳ, ୧୦ ଏପ୍ରିଲ୍ (ହି.ସ.)- କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ‘ଓଡ଼ିଆ ପକ୍ଷ ୨୦୨୬’ ଅବସରରେ ସ୍ଥାନୀୟ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଅତ୍ୟନ୍ତ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପାରମ୍ପରିକ ଲୋକକଳା, ସଙ୍ଗୀତ ଓ ନୃତ୍ୟର ପ୍ରଚାର ପ୍ରସାର ତଥା କଳାକାରମାନଙ୍କୁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ଭାବରେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଅଜିତ କୁମାର ପଟ୍ଟନାୟକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀଣ କୁମାର ବାଣୁଆ, ଫୁଲବାଣୀ ଉପଜିଲ୍ଲାପାଳ ଭିକାରୀ ସାହୁ, ଫୁଲବାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋମ୍ୟରଞ୍ଜନ ପାତ୍ର, ଫୁଲବାଣୀ ତହସିଲଦାର ପ୍ରିୟଙ୍କା ପ୍ରିୟଦର୍ଶିନୀ ଯୋଗଦେଇ କଳା ଓ ସଂସ୍କୃତିର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ । ଫୁଲବାଣୀ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ଗଦାଧର ପାତ୍ର ସମଗ୍ର କାର୍ଯ୍ୟକ୍ରମକୁ ଅତି ସୁଚାରୁରୂପେ ପରିଚାଳନା କରିଥିଲେ। ତାଙ୍କ ତତ୍ତ୍ୱାବଧାନରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକକଳା ଦଳଗୁଡ଼ିକ ସେମାନଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳର ପ୍ରସିଦ୍ଧ ଶିଙ୍ଘ ବାଦ୍ୟ ଓ ଅନ୍ୟାନ୍ୟ ଜନଜାତି କଳା ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ କଳାକାରମାନଙ୍କୁ ସମ୍ମାନିତ କରାଯିବା ସହ ଜିଲ୍ଲାର କଳା ଓ ସଂସ୍କୃତିର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande