ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- କାଳବୈଶାଖୀ ତଥା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରା
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- କାଳବୈଶାଖୀ ତଥା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande