
ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାର ପରବର୍ତୀ ସମୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୪ରୁ ୬ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ