


ଭୁବନେଶ୍ୱର, ୧୧ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୩ ତାରିଖ ପାଇଁ ଗୋଟିଏ ଜିଲ୍ଲା (ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ହିଟ୍ ୱେଭ୍ ନେଇ ୧୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲା ହେଲା ବରଗଡ଼, ବଲାଙ୍ଗିର । ହିଟ୍ ୱେଭ୍ ନେଇ ୧୫ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ବଲାଙ୍ଗିର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ