
ଭୁବନେଶ୍ୱର, ୧୧ ଅପ୍ରେଲ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
ଅନୁରୂପ ଭାବେ ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ଏବଂ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ୧୫ ତାରିଖ ସକାଳ ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ