ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୧ ଅପ୍ରେଲ (ହି.ସ.)- କାଳବୈଶାଖୀ ତଥା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କଟ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୧ ଅପ୍ରେଲ (ହି.ସ.)- କାଳବୈଶାଖୀ ତଥା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande