


ଭୁବନେଶ୍ୱର, ୧୨ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୧୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲା ହେଲା ବରଗଡ଼, ବଲାଙ୍ଗିର । ହିଟ୍ ୱେଭ୍ ନେଇ ୧୫ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲା ହେଲା ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର । ହିଟ୍ ୱେଭ୍ ନେଇ ୧୬ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲା ହେଲା ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ