୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ କାଲି
ଭୁବନେଶ୍ୱର, ୧୨ ଏପ୍ରିଲ (ହି.ସ)- ଆସନ୍ତାକାଲି (ସୋମବାର) ଠାରୁ ୨ ଦିନିଆ ୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ସୋମବାର ସକାଳ ସାଢେ ୬ ଘଟିକା ସମୟରେ ଓଡିଶା ବିଧାନସୌଧ ସମ୍ମୁଖସ୍ଥ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠି
k[[l


ଭୁବନେଶ୍ୱର, ୧୨ ଏପ୍ରିଲ (ହି.ସ)- ଆସନ୍ତାକାଲି (ସୋମବାର) ଠାରୁ ୨ ଦିନିଆ ୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ସୋମବାର ସକାଳ ସାଢେ ୬ ଘଟିକା ସମୟରେ ଓଡିଶା ବିଧାନସୌଧ ସମ୍ମୁଖସ୍ଥ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏତଦବ୍ୟତୀତ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସକାଳ ୮ ଘଟିକା ସମୟରେ ଉଦଘାଟିତ ହେବ । ଏହି କାର୍ଯ୍ୟକ୍ରମରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ସଂଧ୍ୟା ସମୟରେ ଉତ୍କଳ ମଣ୍ଡପ ଠାରେ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande