ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ରାଇରଙ୍ଗପୁର, ୧୩ ଅପ୍ରେଲ (ହି.ସ.)- ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ
ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ରାଇରଙ୍ଗପୁର, ୧୩ ଅପ୍ରେଲ (ହି.ସ.)- ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲି, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା, ରାଇରଙ୍ଗପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଯୋଗ ରଞ୍ଜନ ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବୀରେନ୍ଦ୍ର କୁମାର ସେନାପତି, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ।

ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୧୩୦ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୯ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୩୧ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ଏଥି ମଧ୍ୟରୁ ୪ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଆବେଦନର ଗୁରତ୍ଵକୁ ବିଚାର କରି ରେଡକ୍ରସ ପାଣ୍ଠିରୁ ୩ ଜଣଙ୍କୁ ୩୦ ହଜାର ଟଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande