
ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.)- ଢେଙ୍କାନାଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ
ପାଟୁଆଙ୍କ ପ୍ରାଣହାନୀକୁ ନେଇ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ
ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଢେଙ୍କାନାଳ ଜିଲ୍ଲା ପାଟଲା ଗାଁରେ ଦଣ୍ଡନାଚ ପ୍ରସ୍ତୁତି
ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ ପାଟୁଆଙ୍କ ପ୍ରାଣହାନୀ ହୋଇଥିବା ବିଷୟରେ ଜାଣି
ମୁଁ ଦୁଃଖିତ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ
ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା