
ଖୋର୍ଦ୍ଧା, 13 ଏପ୍ରିଲ୍ (ହି.ସ.) -ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରାମେଶ୍ବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଲ୍ଲୀରେ ପ୍ରଶାସନିକ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଅତିରିକ୍ତ ଜିଲ୍ଲାପାଳ , ରାଜସ୍ବ,ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଖଣ୍ଡ ପୁଲିସ ଅଧିକାରୀ, ବାଲୁଗାଁ, ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ,ବି ଡି ଓ, ଟାଙ୍ଗୀ ରୁମାନା ଜାଫ୍ରି, ତହସିଲଦାର, ଟାଙ୍ଗୀ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୧୦୯ଟି ଅଭିଯୋଗ ଆସିଥିଲା ବେଳେ ତନ୍ମଧ୍ୟରୁ ୧୦୦ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୯ ଟି ଗ୍ରାମୀଣ ସମସ୍ୟା ଜନିତ ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ଅଭିଯୋଗ ଶିବିରରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ସମସ୍ତ ଅଧିକାରୀ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ଓ ଅଗ୍ରଣୀ ଯୋଜନାର ସଫଳ ରୂପାୟନ ଦିଗରେ ଖୋଲା ଯାଇଥିବା ଶିକ୍ଷା ଓ ସୂଚନା ଷ୍ଟଲ ଗୁଡ଼ିକୁ ବୁଲି ଅନୁଧ୍ୟାନ କରିଥିଲେ l ଜନଶୁଣାଣି ଶିବିରରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ୍ ଡିପାଟମେଣ୍ଟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ l
---------------
ହିନ୍ଦୁସ୍ଥାନ ସମାଚାର / ରାକେଶ