
ଭୁବନେଶ୍ୱର ୧୪ ଏପ୍ରିଲ (ହି.ସ)- ଝାଡ଼ାବାନ୍ତିରେ ଅସୁସ୍ଥ ବାରିପଦା ରାସଗୋବିନ୍ଦପୁର ପଂଚମ ଶ୍ରେଣୀ ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଉଲ୍ଲେଖ କରାଯାଇଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ତହସିଲର ରୂପାଲି ବେଶ୍ରା (ପିତା – ଦୁର୍ଗା ବେଶ୍ରା) ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୩ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା