
ଭୁବନେଶ୍ୱର, ୧୪ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆସନ୍ତା ୧୭ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଅପ୍ରଲ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ