
ଆର.ଡି.ସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫ ଏପ୍ରିଲ (ହି.ସ.) - ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ରୁବିଡିସିଂ ସରକାରୀ ପ୍ରାଥମିକ ବିଦ୍ୟାଳୟର ଦୁଇ ଜଣ ଛାତ୍ରୀ ସ୍କୁଲ ଗେଟ୍ ପଡିବା ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଇ ମୃତ୍ୟୁବରଣ କରିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
କେଉଁ ପରିସ୍ଥିତିରେ ଏଭଳି ଅଭାବନୀୟ ଘଟଣା ଘଟିଲା, ତାହାର ସବିଶେଷ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଊଉ ସ୍ତରୀୟ ତଦନ୍ତ ଘୋଷଣା କରିଛନ୍ତି। ଦକ୍ଷିଣାଂଚଳ ରାଜସ୍ୱ କମିଶନର ଏହି ଘଟଣାର ତଦନ୍ତ କରିବେ।
ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା