ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ
ବଲାଙ୍ଗୀର, ୧୫ ଏପ୍ରିଲ୍(ହି.ସ.) – ଓଡ଼ିଆ ପକ୍ଷ ପାଳନ ଅବସରରେ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଠାରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକୋତର ପରିଷଦର ଅଧ୍ୟକ୍ଷ ପ୍ରତାପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ କେ
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ “ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ” ଅନୁଷ୍ଠିତ


ବଲାଙ୍ଗୀର, ୧୫ ଏପ୍ରିଲ୍(ହି.ସ.) – ଓଡ଼ିଆ ପକ୍ଷ ପାଳନ ଅବସରରେ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଠାରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକୋତର ପରିଷଦର ଅଧ୍ୟକ୍ଷ ପ୍ରତାପ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକା ଶ୍ରୀମତୀ ଗାୟତ୍ରୀ ସରାଫ, ବ୍ୟଙ୍ଗକବି ରସରାଜ ଅଚ୍ୟୁତ ପୁରୋହିତ, ବିଶିଷ୍ଟ ସାହିତ୍ୟିକ ତୁଳସୀ ଜୈନ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଶ୍ୟାମ ଭୋଇ ଏବଂ ଏହି ସଭାର ସଂଯୋଜକ ତଥା ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଡ.ସୁଶାନ୍ତ କୁମାର ପଣ୍ଡା ଯୋଗ ଦେଇଥିଲେ। ଅତିଥିମାନେ ଓଡ଼ିଆ ଭାଷାର ପ୍ରାଚୀନତା ଠାରୁ ଆରମ୍ଭ କରି ବରପୁତ୍ରମାନଙ୍କ ଅମର ଗାଥା ସମ୍ପର୍କରେ ବର୍ଣ୍ଣନା କରିବା ସହ ଓଡ଼ିଶାର ସେହି ବରପୁତ୍ରମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେଇଥିଲେ। ସଭାଶେଷରେ ଗବେଷକ ଛାତ୍ର ସୋମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସଭାରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ପ୍ରାଧ୍ୟାପକ, ପ୍ରାଧ୍ୟାପିକା ଯୋଗଦାନ କରି ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande