

ଭୁବନେଶ୍ୱର, ୧୬ ଏପ୍ରିଲ (ହି.ସ) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚଳିତ ସିବିଏସଇ ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ଗୁରୁବାର ଲୋକସେବା ଭବନରେ ଭେଟିଛନ୍ତି। ଉଲ୍ଲେଖନୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା