
ଭୁବନେଶ୍ୱର, 16 ଏପ୍ରିଲ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ୧୦୦% ନମ୍ବର୍ ରଖି ଥିବା ଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ସର୍ବଭାରତୀୟସ୍ତରରେ ୧୦୦% ନମ୍ବର୍ ରଖି ଓଡ଼ିଶାର ଗୌରବ ବଢାଇଥିବା ମେଧାବୀ ଛାତ୍ରୀ ଟିନା ରଥ ଏବଂ ଆଲିଶା ବିଶ୍ୱାଳଙ୍କ ସମେତ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଛାତ୍ରଛାତ୍ରୀ ନିଜ ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ବଳରେ ଜୀବନରେ ଆହୁରି ସଫଳତା ହାସଲ କରନ୍ତୁ। ସଭିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ