ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୬ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୬ ଦିନ ଅର୍ଥାତ୍ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲା, ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲା,୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande